MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦିଲ୍ଲୀରେ ଓଡିଶା ପ୍ରସଙ୍ଗ ଉଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଯୋଗ ଦେଇ ଓଡ଼ିଶା ପାଇଁ ଅନେକ ଦାବି ଉପସ୍ଥାପନ କରିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡିକୁ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶୃତି ମଧ୍ୟ ଦେଇଛନ୍ତି। ତେବେ ଦାବି ଗୁଡିକ ହେଉଛି:-

୧. ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୫-୨୬ (SACI) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ।
୨. ଓଡିଶାରେ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା।
୩. ଦକ୍ଷିଣ ଏବଂ ପଶ୍ଚିମ ଓଡିଶାରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଯଥାକ୍ରମେ ଗୋପାଳପୁର (ଲୁଣ ଖଳା) ଏବଂ ଝାରସୁଗୁଡା ପାଇଁ ନୂତନ ଇଣ୍ଡଷ୍ଟ୍ରିଆଲ୍ ଟାଉନସିପ୍ ପାଇଁ ପ୍ରସ୍ତାବ।
୪. ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବିଶେଷ ସହାୟତା।
୫. ଓଡିଶାରେ ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା।
୬. ଆସନ୍ତା ଗ୍ରୀଷ୍ମ ପୂର୍ବରୁ ଲକ୍ଷ୍ୟ ଧାର୍ଯ୍ୟ ପ୍ରକଳ୍ପ ସମାପ୍ତ କରିବା ଏବଂ ସମସ୍ତ ପ୍ରକଳ୍ପର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜଳ ଜୀବନ ମିଶନ ଅଧୀନରେ ପର୍ଯ୍ୟାପ୍ତ ବଜେଟ୍ ବ୍ୟବସ୍ଥା।
୭. ଓଡ଼ିଶାର ବାସୀଙ୍କର ନୂତନ ସରକାର ଠାରୁ ଉଚ୍ଚ ଆଶା ପୂରଣ ଦିଗରେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଭିତ୍ତିଭୂମିରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା।
୮. ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ ଅନ୍ତର୍ଗତ ପୂର୍ବରୁ ଅନୁମୋଦିତ ୨୯ଟି ବ୍ଲକ୍ ବ୍ୟତୀତ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର ଅନ୍ୟ ୧୧ଟି ଅତିରିକ୍ତ ବ୍ଲକ୍ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରସ୍ତାବ।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।