February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର (ମୋ ଟିଭି ଓଡିଶା ) ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ହେବ। ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ପ୍ରାଇଭେଟ ସ୍କୁଲକୁ ନଯାଇ ସମସ୍ତେ ଆସିବାକୁ ଇଚ୍ଛା ପ୍ରକାଶ କରିବେ।

ଗୁରୁଦିବସ ଅବସରରେ ଦେଇଥିବା ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାମୀ ବିବେକାନନ୍ଦ ମୋର ଆଦର୍ଶ । ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁଭୂମିକା ରହିଛ। ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖମନ୍ତ୍ରୀକହିଛନ୍ତି, ବାପା, ମାଙ୍କ ପରେ ଗୁରୁ ହେଉଛନ୍ତି ଆମର ଆରାଧ୍ୟ ଦେବତା। ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ।ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ଏହି ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି ହେଲେ ଜଣେ ଛାତ୍ର ଜୀବନ ସୁସଂଗଠିତ ହେବ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।