ମୋ ଟିଭି ଓଡିଶା / ଭୁବନେଶ୍ୱର :
ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମି ଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବର ଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ। ପ୍ରଚଳିତ ନିୟମ ଅନୁଯାୟୀ,ଜବର ଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆ ଯାଇଛି।
More Stories
ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।