February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆନନ୍ଦପୁରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ମୋଟିଭି ଓଡିଶା : ଆନନ୍ଦପୁର: କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହି ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଚାର କରିବା ସହ ବୈଠରେ ଯୋଗ ଦେଇ ବିଜେଡି କୁ ଆଶୀର୍ବାଦ କରିବାକୁ ଆହ୍ୱାନ ଦେଇଛନ୍ତି l ୩ୟ ପର୍ଯ୍ୟାୟରେ ଏଠାରେ ନିର୍ବାଚନ ହେବାକୁ ଥିବାବେଳେ ବିଜେଡି ପ୍ରାର୍ଥୀମାନଙ୍କ ଲାଗି ଭୋଟ ମାଗିବା ପାଇଁ ଦଳର ସୁପ୍ରିମୋ ଆଜି ଅଣାପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗଦେଇ ଜନସାଧାରଣଙ୍କୁ ଉଦବୋଧନ ଦେଇଛନ୍ତି।

ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଯେପରି କି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ), ମମତା ଯୋଜନା, ମେଧାବୃତ୍ତି , ମଧୁବାବୁ ପେନ୍‌‌ସନ, କାଳିଆ ଯୋଜନା, ମିଶନଶକ୍ତି, ଲକ୍ଷ୍ମୀ ବସ୍‌‌ ଯୋଜନା ଆଦି ଭଲ କି ବୋଲି ପଚାରି ବୁଝିଥିଲେ। ଶେଷରେ ନବୀନ ପଟ୍ଟନାୟକ ଏବଂ ଶଙ୍ଖ ଚିହ୍ନ ଭଲ କି ବୋଲି ନବୀନ ପଚାରିଥିଲେ। ଜନସାଧାରଣ ବି ଉତ୍ସାହ ଦେଖାଇ ନବୀନଙ୍କ ପ୍ରଶ୍ନର ଉତ୍ତରରେ ହଁ ଭରିଥିଲେ। ବିଜେଡି ପୁନର୍ବାର କ୍ଷମତାକୁ ଆସିଲେ ଆସନ୍ତା ଜୁଲାଇରୁ ବିଜୁଳି ବିଲ୍‌‌ ଆସିବ ନାହିଁ। ବିଜୁ ଜନତା ଦଳ ସରକାର ବିଜୁଳି ମାଗଣାରେ ଦେବ, ଆପଣମାନେ ଖୁସି ତ ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ l

ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି ଏଠାରେ ଓହ୍ଲାଇଥିଲେ। ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆସିଥିଲେ। ଘସିପୁରା ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ବଦ୍ରିନାରାୟଣ ପାତ୍ର, କେନ୍ଦୁଝର ଲୋକ ସଭା ଏମ୍‌ପି ଧନୁର୍ଜୟ ସିଦ୍ଧୁ ଏବଂ ଆନନ୍ଦପୁର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଆଦିବାସୀ ସମ୍ପ୍ରଦାୟର ମହିଳାମାନେ ପାରମ୍ପାରିକ ନୃତ୍ୟ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।