February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ମୋଟିଭି ଓଡିଶା : ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ଶେଷ ହୋଇଥିବା ବେଳେ ଆସନ୍ତା ୨୫ରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବାକି ଦୁଇଟି ପର୍ଯ୍ୟାୟ ପାଇଁ ବିଜେଡ଼ିର ଦଳୀୟ ପ୍ରାର୍ଥୀମାନଙ୍କ ଲାଗି ମାରାଥନ ପ୍ରଚାର କରୁଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧାରେ ପ୍ରଚାର ଆରମ୍ଭ କରିଛନ୍ତି l ସ୍ଥାନୀୟ ହାବେଳି ପଡ଼ିଆରେ ଆୟୋଜିତ ଜନସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀମାନଙ୍କୁ ଜିତାଇବା ଲାଗି ଯୋଡ଼ି ଶଙ୍ଖରେ ଭୋଟ ଦେବା ସହିତ ବିଜେଡିକୁ ଆଶୀର୍ବାଦ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଏହାପରେ ନୟାଗଡ ଷ୍ଟାଡିୟମରେ ପହଂଚି ପ୍ରଚାର କରିବେ। ଶେଷରେ ପୁରୀ ତାଳବଣିଆରେ ନିର୍ବାଚନୀ ସଭାରେ ଯୋଗ ଦେବେ ଏବଂ ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।