ମୋଟିଭି ଓଡିଶା / କଳାହାଣ୍ଡି : ୮/୬
କଳାହାଣ୍ଡି ଜିଲ୍ଲା କୋକସରା ଥାନା ବେହେରା ଗ୍ରାମର କଲେଜ ଛାତ୍ରୀ ଝାନ୍ସୀ ନାଏକ (୧୭) ସାପ କାମୁଡ଼ାରେ ପ୍ରାଣ ହରାଇଥିବା ଜଣାପଡିଛି। ସେ ଗୁରୁବାର ରାତିରେ ଘରେ ଶୋଇଥିବା ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲକୁ ନେଇ ଚିକିତ୍ସା ପରେ ଧର୍ମଗଡ ମେଡ଼ିକାଲ ଓ ପରେ ଗୁରୁତର ଅବସ୍ଥାରେ ଭବାନୀପାଟଣା ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ଅଧିକ ଜଟିଳ ହେବାରୁ ତାଙ୍କୁ ବୁର୍ଲା ନେବା ପାଇଁ ଡାକ୍ତର ସ୍ଥାନାନ୍ତର କରିଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତରଖାନାରେ ଛାତ୍ରୀଙ୍କ ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ କୋକସରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଥାନା ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ’ ମୃତ ଛାତ୍ରୀ ଚଳିତ ବର୍ଷ ବେହେରା କଲେଜରେ ଯୁକ୍ତ ଦୁଇ ପରୀକ୍ଷା ଦେଇ ଉତିର୍ଣ୍ଣ ହୋଇଛନ୍ତି। ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
More Stories
ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ।
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ