MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶିକ୍ଷକ ନିଯୁକ୍ତି ଦାବିରେ ଧାରଣା

ଶିକ୍ଷକ ନିଯୁକ୍ତି ଦାବିରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ନୂଆଗାଁ ଚିନିଶିଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଓ ଅଭିଭାବକ

ମୋ ଟିଭି ଓଡିଶା / ଗଞ୍ଜାମ :

ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ କାଳଷଣ୍ଢପୁର ପଞ୍ଚାୟତ ନୂଆଗାଁ ଚିନି ଶିଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନାହାନ୍ତି ଷଷ୍ଠ, ସପ୍ତମ ଶ୍ରେଣୀ ନିମନ୍ତେ ଶିକ୍ଷକ l ଫଳରେ ଚଳିତ ବର୍ଷ ବିଦ୍ୟାଳୟ ରେ ନାମ ଲେଖା ହୋଇପାରିନାହିଁ l ଅଞ୍ଚଳର ଛାତ୍ର ଛାତ୍ରୀ ପାଠପଢାରେ ବହୁ ଅସୁବିଧା ଭୋଗୁଥିବା ବେଳେ ଏନେଇ ବାରମ୍ବାର ଉପରିସ୍ଥ ଅଧିକାରୀ ଙ୍କୁ ଅବଗତ ପରେ ବି କୌଣସି ସୁଫଳ ନମିଳିବାରୁ ଚରମ ନିଷ୍ପତି ନେଇଛନ୍ତି ଛାତ୍ର ଛାତ୍ରୀ ଓ ଅଭିଭାବକ l

ସମସ୍ତେ ଆସିକା ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହ ନାରାବାଜି କରୁଥିବା ଦେଖିବାକୁ ମିଳିଛି l ବିଦ୍ୟାଳୟ ରେ ଶିକ୍ଷକ ନିଯୁକ୍ତି ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରିରହିବା ନେଇ ଅଭିଭାବକ ମାନେ କହିଥିବା ବେଳେ କିଛି ଘଣ୍ଟା ଧରି ସମସ୍ତେ ଧାରଣା ଦେବା ପରେ ବିହାଗୀୟ କତୃପକ୍ଷ ଧାରଣା ରତ ଅଭିଭାବକ ଓ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାସୁଝା କରିଥିବା ଦେଖିବାକୁ ମିଳିଛି l
ଗଞ୍ଜାମ ରୁ ଭଗବାନ ପାଢ଼ୀ ଙ୍କ ରିପୋଟ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।