ଦାରିଙ୍ଗବାଡ଼ି,ମୋ ଟିଭି ଓଡ଼ିଶା:(ସୁଶାନ୍ତ ସାହୁ)
ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଏହି ଶୋଭାଯାତ୍ରାକୁ ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ପଦଯାତ୍ରା ରେ ସାମିଲ ହୋଇଥିଲେ। ମହିଳା ମିଶନଶକ୍ତିର ଶତାଧିକ ମହିଳା, ଅଙ୍ଗନଓ୍ବାଡି କର୍ମୀ, ବିଭିନ୍ନ ପଞ୍ଚାୟତର ଲୋକ ପ୍ରତିନିଧି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରାଟି ମହିଳା ଓ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ପରିସର ମଧ୍ୟରୁ ବାହାରି ତିନିଛକ ଦେଇ ବ୍ଲକ ଅଫିସରେ ପହଞ୍ଚିଲା। ସେଠାରେ ଏହି ଯୋଜନାକୁ ନେଇ ସଚେତନତା ବୈଠକ ଅନୁଷ୍ଠିତ ହୋଇଥିଲା । ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ଯୋଜନାକୁ ନେଇ ସମସ୍ତ ହିତାଧିକାରୀ କିଭଳି ଏହାର ସୁବିଧା ପାଇ ପାରିବେ ସେଥିପାଇଁ ପ୍ରୟାସ ଜାରି ରଖିଛନ୍ତି । ଦୁର୍ଗମ ଗାଁଗୁଡିକରେ ମଧ୍ୟ ଏହି ଯୋଜନାକୁ ନେଇ ୨୧ ବର୍ଷଠାରୁ ୬୦ ବର୍ଷ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।