ଆଜିଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । କୁମ୍ଭୀର ଗଣନା ପାଇଁ ପର୍ୟ୍ୟଟକଙ୍କୁ ବାରଣ। ଆଜିଠାରୁ ୯ ତାରିଖ ସକାଳ ପର୍ୟ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପର୍ୟ୍ୟଟକଙ୍କ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ।ଏହାସହ ନଦୀରେ ମାଛ ଧରିବା ପାଇଁ ମସ୍ୟଜୀବୀଙ୍କୁ ମଧ୍ୟ ବାରଣ କରାଯାଇଛି। ଏହି ଗଣନାରେ ୧୪ଟି ଟିମର ୭୦ଅଧିକାରୀ ନିୟୋଜିତ ହୋଇଛନ୍ତି । ଏହି କାର୍ୟ୍ୟ ସୂଚାରୁରୂପେ ଏବଂ ବିନା ବାଧାବିଘ୍ନରେ କରିବା ପାଇଁ ପର୍ୟ୍ୟଟକଙ୍କୁ ମହାନଦୀରେ ବୋଟିଂ ପାଇଁ ବାରଣ କରାଯାଇଥିବା ଡିଏଫଓ ସୂଚନା ଦେଇଛନ୍ତି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।