MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଡିବିଟି ଜରିଆରେ ଚାଷୀଙ୍କୁ ମିଳିବ ଫସଲ କ୍ଷତିପୂରଣ।

ଡିବିଟି ଜରିଆରେ ଚାଷୀଙ୍କୁ ମିଳିବ ଫସଲ କ୍ଷତିପୂରଣ। ଫସଲ କ୍ଷତି ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ।

ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।