MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ବର୍ଷୀବ….

ମୋ ଟିଭି ଓଡିଶା / ଭୁବନେଶ୍ୱର :

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ନୟାଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ବୌଦ୍ଧକୁ ଛାଡ଼ି ଦେଲେ ବାକି ଜିଲ୍ଲାରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘନଘଡ଼ି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖରେ ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, ସୋନପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଝାରୁସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।