ମୋ ଟିଭି ଓଡିଶା / ପୁରୀ :
ପ୍ରଥମ ଦିନରେ ରଥଟଣା ବେଳେ ଘଟିଥିଲା ଅଘଟଣ । ଅଣନିଶ୍ବାସୀ ଯୋଗୁଁ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶ୍ରଦ୍ଧାଳୁଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ତେବେ ସୂଚନା ଅନୁଯାୟୀ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥଟଣା ବେଳେ ହଠାତ ଠେଲାପେଲା ସ୍ଥିତି ଉପୁଜିଥିଲା । ଫଳରେ ଅନେକ ଲୋକ ତଳେ ପଡିଯାଇଥିଲେ । ଜଣେ ବ୍ୟକ୍ତି ଅଣନିଶ୍ବାସୀ ହୋଇ ପଡ଼ିଥିଲେ । ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ବ୍ୟକ୍ତିଙ୍କ ବୟସ 50ରୁ ଅଧିକ ହେବ ।
ଗତକାଲି ରଥ ଯାତ୍ରା ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ଏଥିରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।