February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଫେବ୍ରୁଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ।

ଫେବ୍ରୁଆରୀ ୮ରେ ଭୋଟ ଗଣତି । ନିର୍ବାଚନ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଗୋଟିଏ ପର୍ଯ୍ୟାୟରେ ହେବ ସମସ୍ତ ୭୦ ଆସନ ପାଇଁ ମତଦାନ । ଜାନୁଆରୀ ୧୦ତାରିଖରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଜାନୁଆରୀ ୧୭ରୁ ନାମାଙ୍କନ ଦାଖଲର ଶେଷ ଦିନ । ଜାନୁଆରୀ ୧୮ରୁ ପ୍ରାର୍ଥିପତ୍ର ଯାଞ୍ଚ ଆରମ୍ଭ ହେବ । ଜାନୁଆରୀ ୨୦ ତାରିଖ ନାମାଙ୍କନ ପ୍ରାତ୍ୟାହାର ଶେଷ ତାରିଖ ।

ଫେବ୍ରୁଆରୀ ୨୩ରେ ସରୁଛି ଦିଲ୍ଲୀ ବିଧାନସଭା କାର୍ଯ୍ୟକାଳ । ଦିଲ୍ଲୀ ସମୁଦାୟ ଭୋଟରଙ୍କ ସଂଖ୍ୟା ୧କୋଟି ୫୫ଲକ୍ଷରୁ ଅଧିକ । ସେମାନଙ୍କ ମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩ଲକ୍ଷ ୪୯ହଜାରରୁ ଅଧିକ, ମହିଳା ଭୋଟରଙ୍କ ସଂଖ୍ୟା ୭୧ଲକ୍ଷ ୭୩ ହଜାରରୁ ଅଧିକ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଇଭିଏମରେ ବେଆଇନ ଭୋଟ ଦେବାର କୌଣସି ସମ୍ଭାବନା ନାହିଁ। ଇଭିଏମ ହେଉଛି ଏକ ଫୁଲପ୍ରୁଫ ଉପକରଣ । ଭୋଟ ଦେବା ପରେ ଏହାକୁ ସିଲ କରାଯାଇଥାଏ ଏବଂ ଭାଇରସ ବି ଏଥିରେ ପ୍ରବେଶ କରିପାରେ ନାହିଁ ।

ମୋ ଟିଭି ଓଡିଶା, ନୂଆଦିଲ୍ଲୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।