February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୩ ଦିନ ଯାଏଁ ରାଜ୍ୟରେ ଘନ କୁହୁଡି ସମ୍ଭାବନା

ରାଜ୍ୟରେ ଶୀତର ଲହରୀ ଲାଗି ରହିଛି। ସାମାନ୍ୟ ବ୍ରେକ୍‌ ପରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଘନ କୁହୁଡି ମଧ୍ୟ ରାଜ୍ୟବାସୀଙ୍କୁ କଲବଲ କରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୩ ଦିନ ଯାଏଁ ଓଡ଼ିଶାର ଅନେକ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ତେଣୁ ଶୀତ କମିବାର ସମ୍ଭାବନା ରହିଛି। ୩ ଦିନ ପରେ ସର୍ବନିମ୍ନ ତାପମାତ୍ରର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ।

ଅର୍ଥାତ ଶୀତ ବଢ଼ିବାର ସମ୍ଭାବନା ରହିଛି। ଯାହାଫଳରେ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ।ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଝାରସୁଗୁଡ଼ା, ପୁରୀ, ସମ୍ୱଲପୁର, କଳାହାଣ୍ଡି, ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରାଯାଇଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।