February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧର୍ମଗଡ ବିଜେଡି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ହଜାର ହଜାର ସମର୍ଥକଙ୍କ ଗହଣରେ ନାମାଙ୍କନ ପତ୍ର ଦାଖଲ।

କଳାହାଣ୍ଡି:୨୨/୦୪ : କଳାହାଣ୍ଡି ଜିଲ୍ଲା ଧର୍ମଗଡ ନିର୍ବାଚନ ମଣ୍ଡଳୀ ର ବିଜେଡି ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ ସୋମବାର ହଜାର ହଜାର ସମର୍ଥକଙ୍କ ଗହଣରେ ଧର୍ମଗଡ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଧର୍ମଗଡର ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାର ଘରେନ ମନ୍ଦିରରୁ ପୂଜାର୍ଚ୍ଚନା ପରେ ୪ ବ୍ଲକ ର ହଜାର ହଜାର ବିଜେଡି କର୍ମକର୍ତ୍ତା ଓ ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ନାମାଙ୍କନ ଦାଖଲ ପରେ ଧର୍ମଗଡ ର ସମସ୍ତ ଜନ ସାଧାରଣ ଙ୍କ ସମର୍ଥନ ଓ ସହଯୋଗ କମାନା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ମଳ ଶାସନ ଓ ଲୋକାଭିମୁଖୀ ଯୋଜନା ଧର୍ମଗଡ ନିର୍ବାଚନ ମଣ୍ଡଳୀ ରେ ବିଗତ ବର୍ଷ ମଧ୍ୟରେ ହୋଇଥିବା ବିକାଶ ଆଜି ଅଞ୍ଚଳ ବାସୀ ଦେଖିଛନ୍ତି ଓ ଆଗକୁ ମଧ୍ୟ ବିକାଶ ତ୍ୱରାନ୍ୱିତ ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ନାମାଙ୍କନ ଦାଖଲ ସମୟରେ କୋକସରା, କଲମପୁର,ଧର୍ମଗଡ ଓ ଜୟପାଟଣା ଅଞ୍ଚଳର ବିଜେଡି ନେତୃବୃନ୍ଦ ଓ ହଜାର ହଜାର ସମର୍ଥକ ଉପସ୍ଥିତ ରହିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।