February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧର୍ମଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ।

ମୋ ଟିଭି ଓଡିଶା / କଳାହାଣ୍ଡି:୨୨/୦୬(ସନତ ପ୍ରଧାନୀ)


ଧର୍ମଗଡ଼ ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ମହା ସମାରୋ ରେ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ପ୍ରଭାକର ନନ୍ଦ ଓ ମନ୍ଦିର ପୂଜକ ଭଣ୍ଡେଶ୍ୱର ଆଚାର୍ଯ୍ୟଙ୍କ ଦ୍ଵାରା ବିଧିମତେ ସମସ୍ତ ନୀତିକାନ୍ତି ମଧ୍ୟରେ ପୂଜାର୍ଚ୍ଚନା କରାଯାଇ ଶ୍ରୀ ଜୀଉଙ୍କର ସ୍ନାନ ନୀତି ହୋଇଥିଲା।

ଶ୍ରୀ ଇଙ୍ଗିତ କୁମାର ପଣ୍ଡା ଓ ତାଙ୍କର ଧର୍ମପତ୍ନୀ ମୋନଲିଶା ପଣ୍ଡା କର୍ତ୍ତା ଭାବେ ପୂଜା କାର୍ଯ୍ୟ ତୁଳାଇ ଥିବା ବେଳେ ଟ୍ରଷ୍ଟର ଉପଦେଷ୍ଠା ତହସିଲଦାର ସଞ୍ଜୟ କୁମାର ସାମନ୍ତରା, ଧର୍ମଗଡ ନଗରପାଳ ଅଶୋକ କୁମାର ମହାନ୍ତି, ଟ୍ରଷ୍ଟର ଉପସଭାପତି ତୁଷାର ରଞ୍ଜନ ପଟ୍ଟଯୋଶୀ, ନିରଞ୍ଜନ ମହାପାତ୍ର, ବରିଷ୍ଠ ସଦସ୍ୟ ସୁରେଶ ଚନ୍ଦ୍ର ମୁଣ୍ଡ, ବିଦ୍ୟାଧର ସାହୁ, ସୁରେନ୍ଦ୍ର ମୁନି, ସୁରେଶ ଚନ୍ଦ୍ର ମୁଣ୍ଡ (ଗାଏତ୍ରି), ରମେଶ ଚନ୍ଦ୍ର ପଣ୍ଡା, ଧରଣୀ ଧର ଧଙ୍ଗଡା ମାଝୀ, ସରୋଜ କୁମାର ସାହୁ, ଜନ୍ମେଜୟ ନାଏକ ସମେତ ଜଗବନ୍ଧୁ ମିଶ୍ର, ଲକ୍ଷ୍ମୀକାନ୍ତ ଖମାରୀ, ରାମ ଚନ୍ଦ୍ର ପାଣିଗ୍ରାହୀ, ଶ୍ରବଣ ଅଗ୍ରୱାଲ, ଲଳିତ ଅଗ୍ରୱାଲ ତଥା ବହୁ ଭକ୍ତ ଏହି ଅବସରରେ ଉପସ୍ଥିତ ଥିଲେ। ସମସ୍ତ ନିତୀକାନ୍ତି ଶେଷ ହେବା ପରେ ଶ୍ରୀ ଜିଉଙ୍କୁ ଅଣସର ଗୃହକୁ ନିଆ ଯାଇଛି। ଆସନ୍ତା ଜୁଲାଇ ୭ତାରିଖ ଦିନ ଶ୍ରୀ ଜିଉଙ୍କ ର ନେତ୍ରୋତ୍ସବ, ନବ ଯୌବନ ବେଶ ଓ ଶ୍ରୀଗୁଣ୍ଡିଚା ଯାତ୍ରା, ୧୧ ତାରିଖ ଦିନ ହେରା ପଞ୍ଚମୀ ଓ ୧୫ ତାରିଖ ଦିନ ବାହୁଡା଼ ଯାତ୍ରା ଅନୁଷ୍ଠିତ ହେବ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।