ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀଙ୍କ ସମ୍ବଲପୁର କାର୍ଯ୍ୟାଳୟ, କ୍ୱାର୍ଟର୍ସ ଏବଂ ତିନି ମହଲା ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଏସିଏଫଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ହୋଇଛି
ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ ପରେ ଆଜି ତାଙ୍କ ଘରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ