MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମୁଖ୍ୟମନ୍ତ୍ରୀନଙ୍କ ଶପଥ ସମାରୋହକୁ ଦିଲ୍ଲୀପଙ୍କ ପରିବାର ନିମନ୍ତ୍ରିତ….

ମୋଟିଭି ଓଡିଶା : ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଯୋଗ ଦେବେ ରାଜନୈତିକ ହିଂସାରେ ପ୍ରାଣ ହାରାଇଥିବା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ର ବିଜେପି କର୍ମୀ ଦିଲ୍ଲୀପ ପାହନଙ୍କ ପରିବାର। ମୃତ ଦିଲ୍ଲୀପଙ୍କ ପରିବାରକୁ ବିଜେପି ପକ୍ଷରୁ ଶପଥ ସମାରୋହରେ ଯୋଗ ଦେବା ପାଇଁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରାଯାଇଛି। ଚଳିତ ସାଧାରଣ ନିର୍ବାଚନରେ ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନ ହିଂସାକାଣ୍ଡ ଘଟିଥିଲା। ପୋଷ୍ଟର ମାରିବାକୁ କେନ୍ଦ୍ର କରି ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେଡି କର୍ମୀମାନେ ହିଂସାକାଣ୍ଡ ଘଟାଇଥିଲେ।ବିଜେଡି କର୍ମୀମାନଙ୍କ ଆକ୍ରମଣରେ ବିଜେପି କର୍ମୀ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ କିଛି ଲୋକ ଆହତ ହୋଇଥିଲେ। ହତ୍ୟା ଘଟଣାରେ SIT ତଦନ୍ତ କରୁଥିବା ବେଳେ ରାଜ୍ୟରେ ନୂଆ ସରକାରକୁ ଭରସା କରିଛନ୍ତି ଦିଲ୍ଲୀପଙ୍କ ପରିବାର। ଏଥିସହ ଦିଲ୍ଲୀପଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ କିପରି କଠୋର ଦଣ୍ଡ ମିଳିବ ସେନେଇ ସରକାରଙ୍କୁ ଦାବି ଜଣାଇବେ ବୋଲି କହିଛନ୍ତି ଦିଲ୍ଲୀପଙ୍କ ପରିବାର ଲୋକ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।