February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ସୁନ୍ଦରଗଡ଼ ( ଦେବେନ୍ଦ୍ର କୁମାର ଭିତ୍ରିଆ )୦୫/୦୯: ସୁନ୍ଦରଗଡ଼ ଜିଲ୍ଲା ରେ ଅନୁଷ୍ଠିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ଗୁରୁଦିବସ ତଥା ସର୍ବପଲ୍ଲୀ ରାଧାକୃଷ୍ଣନ ଙ୍କ ଜନ୍ମ ବାର୍ଷିକୀ ପାଳନ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ଉତ୍ସବ।


ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡ଼ିଆ ଠାରେ ଆୟୋଜିତ ଏହି ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ ଶ୍ରୀ କମଲ ଲାକ୍ରା, ସୁନ୍ଦରଗଡ଼ ମ୍ୟୁନିସିପାଲିଟି ର ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର, ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଅମୂଲ୍ୟ ପଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପବିତ୍ର ମୋହନ ପ୍ରଧାନ, ଡ଼ାଏଟ ର ଅଧ୍ୟକ୍ଷା ଶ୍ରୀମତୀ ଲିପିକା ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ମାନେ ବହୁ ସଂଖ୍ୟା ରେ ଉପସ୍ଥିତ ଥିଲେ।


ଏହି ଅବସର ରେ ଜିଲ୍ଲାପାଳ ଶ୍ରୀ ମହାଜନ ନିଜ ଗୁରୁ ଦିବସ ଉପଲକ୍ଷେ ନିଜର ଗୁରୁ ଙ୍କ ସ୍ମୃତି ଚାରଣ କରିଥିଲେ ଏବଂ ବିଦ୍ୟାଳୟ ରେ ପାଠ ପଢ଼ିବା ସମୟ ର ଅନୁଭୂତି କୁ ଛାତ୍ରଛାତ୍ରୀ ମାନଂକ ଆଗରେ ବଖାଣି ଥିଲେ। ସେହିପରି ସେ ଛାତ୍ରଛାତ୍ରୀ ମାନଙ୍କୁ ନିଜର ଜୀବନର ଲକ୍ଷ ଧାର୍ଯ୍ୟ କରିବା ସହିତ ସେହି ମହତ୍ ଲକ୍ଷ କୁ ପୂରଣ କରିବା ନିମନ୍ତେ ବଦ୍ଧ ପରିକର ହେବାକୁ ପରାମର୍ଶ ଦେଇଥିଲେ ଏବଂ ସେଥି ନିମନ୍ତେ ପ୍ରତ୍ୟେକ ବାଧା ବିଘ୍ନ କୁ ଏଡ଼ାଇ ଦେଇ ଆଗଭର ହେବାକୁ ନିଜ ଅଭିଭାଷଣ ରେ ପ୍ରକାଶ କରିଥିଲେ।
କାର୍ଯ୍ୟକ୍ରମ ରେ ରାଜ୍ୟ ସ୍ତରୀୟ ଗୁରୁ ଦିବସ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ମଧ୍ୟ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା।

ଏହି ଅବସର ରେ ଚଳିତ ମାଟ୍ରିକ ପରୀକ୍ଷା ରେ ଉତ୍କୃଷ୍ଟ ରେଜଲ୍ଟ କରିଥିବା ୩ ଗୋଟି ବିଦ୍ୟାଳୟ ଯଥା – ସରକାରୀ ଉଚ୍ଚ ବିଦ୍ୟାଳୟ, ଉଦିତ ନଗର, ସରକାରୀ ଉଚ୍ଚ ବିଦ୍ୟାଳୟ, କୁତ୍ରା ଏବଂ ତରକେରା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ନିଜ ଶିକ୍ଷକତା ସମୟ ରେ ଉତ୍କର୍ଷତା ପ୍ରଦର୍ଶନ କରିଥିବା ୨୭ ଜଣ ପ୍ରାକ୍ତନ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିଭଳି ଜିଲ୍ଲା ସ୍ତରୀୟ ମେଧା ବୃତ୍ତି ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା ୧୩୩ ଜଣ ଛାତ୍ର ଛାତ୍ରୀ, ବ୍ଲକ ସ୍ତରୀୟ ମେଧା ବୃତ୍ତି ରେ ଉତ୍ତୀର୍ଣ୍ଣ ହୋଇଥିବା ୧୭୧୮ ଜଣ ଛାତ୍ର ଛାତ୍ରୀ ଏବଂ ଓଡ଼ିଆ ଭାଷା ବୃତ୍ତି ରେ ଉତ୍ତୀର୍ଣ୍ଣ ହୋଇଥିବା ୯୦ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ପରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।