MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖମାରହଳଦୀ ବ୍ରିଜ଼ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ ଆରୋହୀ ଗୁରୁତର ।

ମୋ ଟିଭି ଓଡିଶା / କଳାହାଣ୍ଡି : ୨୨/୦୬


କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଖମାରହଳଦୀ ତେଲନଦୀ ବ୍ରିଜ଼ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଥିଲେ। ଓ.ଆର୦୮ଜି ୬୨୧୬ ନମ୍ବର ବିଶିଷ୍ଟ ଏକ ହିରୋ ଏଚଏଫ ଡିଲକ୍ସ ବାଇକ ଯୋଗେ ଖମାର ହଳଦୀ ରାସ୍ତା ଦେଇ ବିଜୁ ଏକ୍ସପ୍ରେସ ୱେ ରେ ଯାଉଥିବା ବେଳେ ଶୁକ୍ରବାର ରାତ୍ରି ୧୦ ଟା ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କ ଦୁର୍ଘଟଣାରେ ମୁଣ୍ଡରେ ମାଡ଼ ହୋଇ ପ୍ରବଳ ରକ୍ତସ୍ରାବ ହୋଇ ଅଚେତ ଥିବା ବେଳେ ପରିଚୟ ମିଳିନି। ତେବେ ଦୁର୍ଘଟଣା କିଭଳି ଘଟିଲା ତାହା ମଧ୍ୟ ଜଣାପଡିନି। ଦୁର୍ଘଟଣା ହେବା ଫଳରେ ବାଇକ ଆରୋହୀ ବ୍ରିଜ଼ ଉପରେ ଗୁରୁତର ଭାବରେ ପଡି ରହିଥିବା ବେଳେ ସ୍ଥାନୀୟ ଲୋକେ ଗୁରୁତର ଭାବରେ ଉଦ୍ଧାର କରି ଅଗ୍ନିଶମ ବିଭାଗ ସହଯୋଗ ରେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନାକୁ ନେଇ ଭର୍ତ୍ତି କରିଥିଲେ। ଅଧିକ ଗୁରୁତର ଥିବାରୁ ଡାକ୍ତର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ଭବାନୀପାଟଣା।କୁ ସ୍ଥାନାନ୍ତର କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।