February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡା ଷ୍ଟ୍ରଙ୍ଗ୍‌ରୁମ୍‌ରେ ସିଲ୍ ହେଲା ୧୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ, ୨୪ ଘଣ୍ଟିଆ ସୁରକ୍ଷା ସହ ନଜର ରଖିବ ସିସି ଟିଭି

ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ସୋମବାର ଦିନ ସମାପନ ହୋଇଛି l ଏହି ପରିପ୍ରେକ୍ଷୀରେ ଇଭିଏମ ମେସିନରେ ବାଲିଗୁଡା ର ୫ଜଣ ଓ ଜି. ଉଦୟଗିରି ର ୮ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ଅନ୍ତର୍ଗତ ୪ଟି ବ୍ଲକ ବାଲିଗୁଡା, ତୁମୁଡିବନ୍ଧ, କୋଟଗଡ ଓ କ.ନୁଆଗାଁ ବ୍ଲକ ସମେତ ବାଲିଗୁଡା ଏନଏସିରେ ହୋଇଥିବା ନିର୍ବାଚନର ଇଭିଏମ ବକ୍ସ ଗୁଡିକ ସ୍ଥାନୀୟ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ମେସିନ ଗୁଡିକ ରଖାଯାଇଛି ।

ସେହିଭଳି ଜି.ଉଦୟଗିରି ବିଧାନସଭା ଅନ୍ତର୍ଗତ ୪ ଟି ବ୍ଲକ ଜି.ଉଦୟଗିରି, ରାଇକିଆ, ଟିକାବାଲି ଦାରିଙ୍ଗବାଡି ଓ ଜି. ଉଦୟଗିରି ଏନଏସି ଅଞ୍ଚଳରେ ହୋଇଥିବା ନିର୍ବାଚନର ଇଭିଏମ ବକ୍ସ ଗୁଡିକ ମଧ୍ୟ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷାରେ ମେସିନ ଗୁଡିକ ରଖାଯାଇଛି l ଏହି ଦୁଇଟି ନିର୍ବାଚନ ମଣ୍ଡଳୀର ସ୍ପଷ୍ଟ ଫଳାଫଳ ଜୁନ ୪ ରେ ଗଣତି ହେବ ବୋଲି ଜଣାପଡିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।