MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ.ନଟବର ସିଂଙ୍କ ପରଲୋକ

ମୋ ଟିଭି ଓଡିଶା / ନୂଆଦିଲ୍ଲୀ :

ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ.ନଟବର ସିଂଙ୍କ ପରଲୋକ ହୋଇଛି। ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ନଟବର ସିଂ ବାର୍ଦ୍ଧକ୍ୟଜନିତ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। କିଛି ଦିନ ତଳେ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶନିବାର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମନମୋହନ ସିଂହ ସରକାରରେ ସେ ଥିଲେ କ୍ୟାବିନେଟ୍ ମନ୍ତ୍ରୀ । ଜଣେ ପ୍ରବୀଣ କୂଟନୀତିଜ୍ଞ ଓ ରାଜନେତା ଭାବେ ନଟୱର ସିଂଙ୍କର ପ୍ରସିଦ୍ଧି ଥିଲା। ୧୯୫୩ରେ ମାତ୍ର ୨୨ ବର୍ଷ ବୟସରେ ସେ ଆଇଏଫ୍‌ଏସ୍ ପାଇଥିଲେ। ୧୯୭୩ରୁ ୧୯୭୭ ପର୍ଯ୍ୟନ୍ତ ସେ ୟୁକେରେ ଭାରତର ଡେପୁଟି ହାଇ କମିଶନର ଭାବେ କାର୍ଯ୍ୟ କରିଥିଲେ। ରାଜୀବ ଗାନ୍ଧୀଙ୍କ ସରକାରରେ ସେ ପ୍ରଥମେ ଇସ୍ପାତ ମନ୍ତ୍ରୀ ହୋଇଥିଲେ ଓ ପରେ ୧୯୮୬ରେ ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜଣେ ଭଲ ଲେଖକ ଭାବେ ମଧ୍ୟ ତାଙ୍କର ପରିଚୟ ରହିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।