February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ।

ମୋ ଟିଭି ଓଡିଶା / କଳାହାଣ୍ଡି : ୦୨/୧୦


ଆଜିର ଛାତ୍ର ଆଗାମୀକାଲିର ଭବିଷ୍ୟତ । ଏଣୁ ସେମାନଙ୍କୁ ସଦମାର୍ଗ ଦର୍ଶନ ଓ ସଦମାର୍ଗରେ ପରିଚାଳିତ କରିବାର ଉଦ୍ଦେଶ୍ୟରେ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ ଓ ଶାନ୍ତିଦୂତ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି.ଶ୍ୟାମ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷା ପ୍ରଭାରୀ ଶ୍ରୀମତୀ ଡି.ବିଜୟା , ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି, ଜେନେରାଲ ମ୍ୟାନେଜର ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ରାଷ୍ଟ୍ର ନିର୍ମାଣରେ ଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇ ଥିବାବେଳେ , ଶିକ୍ଷା ପ୍ରଭାରୀ ଡି.ବିଜୟା ଛାତ୍ର ଛାତ୍ରୀଙ୍କ ଉତ୍ତମ ଚରିତ୍ର ଗଠନ ସମ୍ପର୍କରେ ଆଲୋକପାତ କରିଥିଲେ ।

ଅଧ୍ୟକ୍ଷ ଯୁବରାଜ ନାୟକ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନର ଗୁରୁତ୍ୱ ଓ ମହତ୍ତ୍ଵ ଉପସ୍ଥାପନା କରିଥିବା ବେଳେ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି ସ୍ବାଗତ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନେ ବକ୍ତବ୍ୟରେ ନିଜନିଜ ଦୃଷ୍ଟିଭଙ୍ଗୀ ଓ ବିଚାରବୋଧର ଉପସ୍ଥାପନା କରିଥିଲେ। ବିଦ୍ୟାର୍ଥୀଙ୍କ ମଧ୍ୟରେ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ବିଦ୍ୟାର୍ଥୀଙ୍କୁ ପୁରସ୍କୃତ କରାଯାଇଥିଲା। ବାପୁଜୀଙ୍କ ଶିକ୍ଷା ଓ ଆଦର୍ଶକୁ ନେଇ ଛାତ୍ର ଛାତ୍ରୀଙ୍କ ଦ୍ଵାରା କ୍ଷୁଦ୍ର ନାଟକ ଅଭିନୀତ ହୋଇଥିଲା ।

ଏହାସହ କବିତାପାଠ, ଏନ୍.ସି.ସି , ଜୁନିଅର ରେଡ କ୍ରସ୍ ବାଳିକା ବିଭାଗ ଓ ଛାତ୍ର ଛାତ୍ରୀଙ୍କ ଦ୍ଵାରା ବିଦ୍ୟାଳୟ ପରିସର ସଫେଇ ଏବଂ ଅଧ୍ୟାପକ କିରଣ ଦାସଙ୍କ ତତ୍ତ୍ଵାବଧାନରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ମାନଙ୍କ ଦ୍ଵାରା ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସପିଟାଲ ପରିସର ସଫେଇ କରାଯାଇଥିଲା ।କାର୍ଯ୍ୟକ୍ରମଟିକୁ ଏନ୍.ଦିବ୍ୟରଶ୍ମି, ଜ୍ୟୋତିପ୍ରୀୟା ପାଣିଗ୍ରାହୀ, ସାମନ୍ତ ବଗର୍ତ୍ତି ଓ ଅଲିପ୍ସା ବେହେରା ପରିଚାଳନା କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ସହଯୋଗ ରହିଥିଲା ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।