MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡିଶାରେ ଆଜି ଗଣପର୍ବ ରଜ ।

ମୋଟିଭି ଓଡିଶା :

ଓଡିଶାରେ ଆଜି ଗଣପର୍ବ ରଜ । ମାଟି ଓ ମେଘର ମିଳନର ପର୍ବ ରଜ । ପ୍ରଥମ ବର୍ଷାର ପହିଲି ପରସ ମାଟି ଛୁଇଁଲେ, ଆର୍ଦ୍ର ହୋଇ ଉଠେ ପୃଥିବୀ । ସତେ ଯେମିତି ବହୁ ଦିନରୁ ପ୍ରତିକ୍ଷୀତ ଏଇ ମାଟି, ବର୍ଷାର ସ୍ପର୍ଶରେ ହୋଇ ଉଠେ ପରିପୂର୍ଣ୍ଣା । ଭୁରୁଭୁରୁ ଗନ୍ଧରେ ମହକି ଉଠେ ଧରାପୃଷ୍ଠ । ଋତୁମତୀ ଧରାର ସଂକେତ ବହନ କରି ଶୃଙ୍ଗାରରେ ସଜେଇ ହୁଏ ଧରିତ୍ରୀରାଣୀ । ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦ ଓ ଉଲ୍ଲାସର ପର୍ବ ରଜରେ ଭୁଇଁରେ ଖାଲି ପାଦରେ ଚାଲିବା ମନା । ଏହି ଅବସରରେ ପୁରପଲ୍ଲୀରେ ଝିଅମାନେ ନୂଆ ପୋଷାକ ପିନ୍ଧି ପୋଡପିଠା ଖାଇ, ରଜ ପାନର ମଜା ନେଇ ଗାଁ ଗାଁ ବୁଲିଥାନ୍ତି । ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ଉତ୍ସବରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ବସୁମତୀ ମାର ଆଶୀର୍ବାଦରୁ ଚଳିତ ବର୍ଷ ଭଲ ଫସଲ ହେଉ ଏବଂ ଏହି ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।