MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ; ୧ ଗୁରୁତର


ମୋ ଟିଭି ଓଡିଶା / ଆଗରପଡ଼ା : ୧୭/୮

ବନ୍ତ ବ୍ଳକ ଗୋପିନାଥପୁର ପଂଚାୟତ ଅନ୍ତର୍ଗତ ସାନସାହୁପଡ଼ା ଗ୍ରାମର କାଶୀନାଥ ଦାସଙ୍କପୁଅ ଚକ୍ରଧର(୫୮)ଙ୍କର ବଜ୍ରପାତରେ ମୃତ୍ୟୁ ଘଟିଥିବା ବେଳେ ସେହି ପଂଚାୟତ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର ଅମର ସେଠୀ (୨୯)ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ପ୍ରାପ୍ତ ସୂଚନା ଅନୁଯାୟୀ;ଚକ୍ରଧର ନିକଟସ୍ଥ କେନାଲ ବନ୍ଧ ବଉଳାଶୁଣୀ ଠାକୁରାଣୀ ପୀଠ ଜମିରେ ଚାଷକାର୍ଯ୍ୟ ସାରି ଛେଳି ଚରାଉଥିଲେ । ଏହି ସମୟରେ ବାଦଲ ଫୁଟା ବର୍ଷା ସହ ବଜ୍ରାଘାତ ହେବାରୁ ସେ ବେହୋସ ହୋଇ ତଳେ ପଡ଼ିଯାଇଥିଲେ । ଏହା ଦେଖି ନିକଟସ୍ଥ ଜମିରେ ଚାଷକାର୍ଯ୍ୟ କରୁଥିବା ଲୋକେ ତୁରନ୍ତ ତାଙ୍କୁ ଆଗରପଡ଼ା ମେଡ଼ିକାଲକୁ ଚିକିତ୍ସା ପାଇଁ ଆଣିଥିଲେ । ଏଠାରେ ତାଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ପତ୍ନୀଙ୍କ ସହ ୨ପୁଅ ଓ ଗୋଟିଏ ଝିଅ ଅଛନ୍ତି । ଏହି ଅକାଳ ମୃତ୍ୟୁ ଖବର ପାଇ ବ୍ଲକ ଅଧ୍ୟକ୍ଷ ମନୋରଂଜନ ଘଡ଼େଇ,ସରପଂଚ ସବିତା ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଂଚି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା କରିଥିଲେ । ତାଙ୍କ ଅକାଳ ମୃତ୍ୟୁରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ସେହିପରି ଉକ୍ତ ପଂଚାୟତ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର ଅମର ସେଠୀ(୨୯) ବିଲରେ ଚାଷ କରୁଥିବା ସମୟରେ ବଜ୍ରପାତରେ ଗୁରୁତର ହୋଇ ବର୍ତ୍ତମାନ ଆଗରପଡ଼ା ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।