MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଗୋପାଳପୁର ବନ୍ଦର ଗଲା ଆଦାନୀ ଗ୍ରୁପକୁ…..

ମୋ ଟିଭି ଓଡିଶା / ଭୁବନେଶ୍ୱର : ଗୋପାଳପୁର ବନ୍ଦରକୁ ଆଦାନୀ ଗ୍ରୁପକୁ ହସ୍ତାନ୍ତର କରାଯିବା ନେଇ ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ସଚିବ ମନୋଜ ଆହୁଜା କହିଛନ୍ତି  | ଶ୍ରୀ ଆହୁଜା କହିଛନ୍ତି  କି ବନ୍ଦରର ୯୫ ପ୍ରତିଶତ ଅଂଶଧନ ଆଦାନୀ ଗ୍ରୁପ ଅଧିଗ୍ରହଣ କରିବ । ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ ହାତରେ ରହିବ ୫ ପ୍ରତିଶତ ଅଂଶଧନ। ଗୋପାଳପୁର ପୋର୍ଟର ସେୟାର ହୋଲଡିଙ୍ଗକୁ ଦୃଢ କରିବାକୁ ଏବଂ ଏହାକୁ ମଲ୍ଟି କାର୍ଗୋ ପୋର୍ଟରେ ପରିଣତ କରିବାକୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି । କିଛି ବର୍ଷ ହେବ ଗୋପାଳପୁର ପୋର୍ଟ ନିଜ ଦକ୍ଷତା ଅନୁସାରେ କାର୍ଯ୍ୟକାରୀ ହୋଇପାରୁନାହିଁ । ଏହାକୁ ଅଧିକ ସମୃଦ୍ଧ କରିବା ସହ ରାଜ୍ୟର ଆର୍ଥିକ ବିକାଶ କରିବା ଉଦ୍ଦେଶ୍ୟରେ ଆଦାନୀ ଗ୍ରପୁକୁ ଏହାର ୯୫ ପ୍ରତିଶତ ଅଂଶଧନ ହସ୍ତାନ୍ତର କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।