ମାର୍ଚ୍ଚରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା । ଜାନୁଆରୀ ଶେଷ ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ତେବେ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ହେଉଛି କି ନାହିଁ ତାହା ଜାଣିବା ପାଇଁ ମନ୍ତ୍ରୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି । ୭୫ ପ୍ରତିଶତ ମହିଳା ସୁଭଦ୍ରା ଟଙ୍କା ଦ୍ବାରା ଛୋଟ ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।