MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମପତି ।

ରାଜଭବନରେ ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ହରିବାବୁ କମ୍ଭମପତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ ରହିଥିଲେ । ଗତକାଲି ଭୁବନେଶ୍ୱର ଆସିବା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।


ଆନ୍ଧ୍ରପ୍ରଦେଶ ବାସିନ୍ଦା ହରିବାବୁ କମ୍ଭମପତି ଦକ୍ଷିଣ ରାଜ୍ୟରେ ଜଣେ ଟାଣୁଆ ରାଜନେତା। ୨୦୧୪ରେ ବିଶାଖାପାଟଣା ଲୋକସଭାରୁ ସାଂସଦ ଥିଲେ। ବିଜେପି ଟିକେଟରେ ୧୬ତମ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୯ରେ ବିଶାଖାପାଟଣା-୧ରୁ ଆସନରୁ ବିଧାୟକ ଥିଲେ ହରିବାବୁ କମ୍ଭମପତି। ୨୦୧୪-୨୦୧୮ ଯାଏଁ ଥିଲେ ଆନ୍ଧ୍ରପ୍ରଦେଶ ବିଜେପିର ରାଜ୍ୟ ସଭାପତି। ୧୯୯୩ରୁ ୨୦୦୩ ଯାଏ ସେ ଥିଲେ ଆନ୍ଧ୍ରପ୍ରଦେଶ ବିଜେପିର ସାଧାରଣ ସମ୍ପାଦକ। ୨୦୦୫ରେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଥିଲେ ହରିବାବୁ କମ୍ଭମପତି। ୨୦୧୪ରୁ ୨୦୧୯ ଯାଏ ସାସଂଦ ଥିବା ବେଳେ ବିଭିନ୍ନ ସଂସଦୀୟ କମିଟିର ସେ ସଦସ୍ୟ ରହିଥିଲେ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।