MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍

ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍ । ଆଜି (ରବିବାର) ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ସକାଳ ୯ ଟାରେ ପ୍ରଥମେ ୭ ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଥିଲା । ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା । ଏବେ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୭ ଟି ଗେଟ୍ ଖୋଲାଯାଇଛି । ଏବେ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଆଜି ତିନୋଟି ପର୍ଯ୍ୟାୟରେ ହୀରାକୁଦର ମୋଟ ୨୦ଟି ଗେଟ୍ ଖୋଲାଯିବ । ପରମ୍ପରା ମୁତାବକ, ଆଜି ସକାଳୁ ପୂଜାର୍ଚ୍ଚନା ପରେ ପ୍ରଥମ ହୀରାକୁଦର ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା । ଏହାପରେ ୬ ଟି ଗେଟ୍ ଖୋଲିଥିଲା । ପୂର୍ବାହ୍ନରେ ଆଉ ୭ଟି ଗେଟ୍ ଖୋଲିଛି । ଏବେ ମୋଟ ୧୪ଟି ଗେଟ୍ ଦେଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଛି । ଅପରାହ୍ନରେ ୬ ଟି ଗେଟ୍ ଖୋଲାଯିବ। ତିନୋଟି ପର୍ଯ୍ୟାୟରେ ଆଜି ମୋଟ ୨୦ଟି ଗେଟ୍ ଜରିଆରେ ବନ୍ୟାଜଳ ନିଷ୍କାସନ କରାଯିବ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।