February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡାରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ: ଉପଖଣ୍ଡ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା


ବାଲିଗୁଡା: (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି ।

ଏହି ଅବସରରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ଠାରୁ ମିନି ଷ୍ଟାଡିୟମ ପର୍ଯ୍ୟନ୍ତ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ବାଲିଗୁଡା ର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଆଶା କର୍ମୀ, ଅଙ୍ଗନାୱାଡି କର୍ମୀ ପୋଲିସ, ତହସିଲ ପ୍ରଶାସନ ଯୋଗଦେଇ ଲୋକଙ୍କୁ ଘର ଘର ତ୍ରିରଙ୍ଗା ଉଡାଇବା ଓ ସ୍ବାଧୀନତା ଦିବସକୁ ଧୂମଧାମ ରେ ପାଳନ କରିବାକୁ ସଚେତନ କରିଥିଲେ।

ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଉପ ଜିଲାପାଳ ଡ଼. ରୀନା ପ୍ରଧାନ ଯୋଗ ଦେଇ କାନଭାସରେ ଜୟ ହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖିବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ସୂଚନାଯୋଗ୍ୟ କି, କନ୍ଧମାଳ ଜିଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଉପଖଣ୍ଡ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବସାଇଡରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ, ବିଡ଼ିଓ ଅଚ୍ୟୁତାନନ୍ଦ ଜାନି, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧୀରଜ କୁମାର ପାତ୍ର, ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।ସେହିପରି ଅନ୍ୟ ଏକ ଶୋଭାଯାତ୍ରାରେ ସାଇକେଲ, ବାଇକ ଓ ଚାରିଚକିଆ ଗାଡିରେ ଅନେକ ଲୋକ ସାମିଲ ହୋଇଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।