January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

‘ହ୍ୟୁମାନ ମେଟାନ୍ୟୁମୋଭାଇରସ୍’ ନେଲାଣି ୧୭୦ ଜୀବନ

‘ହ୍ୟୁମାନ ମେଟାନ୍ୟୁମୋଭାଇରସ୍’ ନେଲାଣି ୧୭୦ ଜୀବନ
ଚୀନରେ ଦେଖାଦେଇଛି ଏକ ନୂଆ ଭାଇରସ । ଯାହାର ନାଁ ହେଉଛି ‘ହ୍ୟୁମାନ ମେଟାନ୍ୟୁମୋଭାଇରସ୍’ ବା ଏଚଏମପିଭି । ଯାହା ଏବେ ଚିନ୍ତା ବଢାଇଛି । ଏହି ଭାଇରସ ସହିତ କେତେକ ନୂଆ ଭୂତାଣୁ ମଧ୍ୟ ଚୀନରେ ଆତଙ୍କ ଖେଳାଇଛି । ଏହି ଭାଇରସ ପାଇଁ ବର୍ତ୍ତମାନ ସୁଦ୍ଧା ଚୀନରେ ୭ହଜାର ୮୩୪ଜଣ ସଂକ୍ରମଣ ହୋଇଥିବା ବେଳେ ୧୭୦ ଜଣଙ୍କ ମୃତ୍ୟୁ ହୋଇଛି । ଚୀନର ଅନେକ ସ୍ଥାନରେ ଜରୁରୀକାଳୀନ ସ୍ଥିତିର ଘୋଷଣା କରାଯାଇଛି ।

ବିଶ୍ୱବ୍ୟାପୀ ସଂକ୍ରମଣର ସମ୍ଭାବନା ଥିବାରୁ ଡବ୍ଲୁଏଚଓ ଖୁବଶୀଘ୍ର ଏ ନେଇ ନିର୍ଦ୍ଦେଶାବଳୀ ଜାରି କରିବ । ଚାଇନାର ସୋସିଆଲ ମିଡିଆରେ ଦାବି କରାଯାଉଛି ଯେ, ଏଚ୍‌ଏମ୍‌ପିଭି, ସ୍ୱାଇନ ଫ୍ଲୁ ଏ, ମାଇକୋପ୍ଲାଜମା ନିମୋନିଆ ଏବଂ କୋଭିଡ-୧୯ ଭଳି ଅନେକ ଭାଇରସ୍‌ ଏକାସାଙ୍ଗରେ ବିସ୍ତାର କରୁଛି। ଫଳରେ ଚାଇନାର ଅବସ୍ଥା ବିଗିଡିବାରେ ଲାଗିଛି । ଚାଇନାର ସ୍ୱାସ୍ଥ୍ୟ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ ପାଇଁ ବର୍ତ୍ତମାନ କୌଣସି ଟିକା ଉପଲବ୍ଧ ନାହିଁ। ଏହାର ଲକ୍ଷଣ ସାଧାରଣ ଥଣ୍ଡା ପରି, କିନ୍ତୁ ଏହା ଗୁରୁତର ସଂକ୍ରମଣ ମଧ୍ୟ କରିପାରେ। ୧୪ ବର୍ଷରୁ କମ ପିଲାମାନଙ୍କ ମଧ୍ୟରେ ମାମଲା ବଢିବାରେ ଲାଗିଛି ।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।