ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ ।
ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି ।ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।