MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମଦ ପିଇ ଗାଡ଼ି ଚଳାଇଲେ ବାନ୍ଧିବ ପୋଲିସ


ରାତି ପାହିଲେ ନବବର୍ଷ । ୨୦୨୪କୁ ବିଦାୟ ଦେଇ ୨୦୨୫କୁ ଧୁମଧାମରେ କରିବେ ସ୍ୱାଗତ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଚାରିଆଡେ ପ୍ରସ୍ତୁତି ଜୋରଦାର । ଟୁଇନ୍ ସିଟିରେ ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ବ୍ୟାପକ ବ୍ୟବସ୍ଥା କରିଛି । ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି ଆପଣାଇଥିବା ପୋଲିସ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ଅଭିଯାନକୁ ଜୋରଦାର କରିବ । ବାର, ପବ୍ ଓ ହୋଟେଲରେ କଡ଼ାକଡ଼ି ହେବ ଚେକିଂ । ଆଜି ସନ୍ଧ୍ୟାରୁ ଯାଞ୍ଚ ପ୍ରକ୍ରିୟାକୁ ଆହୁରି କଡ଼ାକଡ଼ି କରାଯିବ । ମଦ ପିଇ ଗାଡ଼ି ଚଳାଇଲେ ବାନ୍ଧିବ ପୋଲିସ । ସେହିପରି ରୋଡ୍ ରୋମିଓଙ୍କ ଉପରେ ତୀକ୍ଷଣ ନଜର ରହିବ । ସେମାନଙ୍କ ପାଇଁ ଜିରୋ ଟଲେରାନ୍ସ ନୀତି ଆପଣେଇଛି କମିଶନରେଟ ପୋଲିସ । କଟକରେ ମୁତୟନ ରହିବେ ୮ ପ୍ଲାଟୁନ୍ ଫୋର୍ସ । ରାତି ୧୨ଟା ପରେ ଜିରୋ ନାଇଟ୍ ସେଲିବ୍ରେସନରେ ମାତିଲେ କାର୍ୟ୍ୟାନୁଷ୍ଠାନ ଚେତାବନୀ ଦେଇଛନ୍ତି କଟକ ଡିସିପି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।