February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି

ରାଜ୍ୟ ସରକାର ଖୁବଶୀଘ୍ର ‘ପ୍ରବାସୀ ଓଡ଼ିଆ ନୀତି’ ପ୍ରଣୟନ କରିବେ । ପ୍ରବାସୀ ଓଡିଆଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯିବ । ବିଭିନ୍ନ ଦେଶର ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱରେ ଜଣେ ମନ୍ତ୍ରୀ ରହିବେ, ଯିଏ ନୋଡାଲ ଦାୟିତ୍ୱରେ ରହି ପ୍ରବାସୀଙ୍କ ସୁବିଧା-ଅସୁବିଧା ବୁଝିବେ। ଏହାସହିତ ପ୍ରବାସୀଙ୍କ ସୁବିଧା ପାଇଁ ଭୁବନେଶ୍ୱରରୁ କ୍ୱାଲାଲମପୁରକୁ ସିଧାସଳଖ ବିମାନ ଚଳାଚଳ ଖୁବଶୀଘ୍ର ଆରମ୍ଭ ହେବ । ଏନେଇ ଚୁକ୍ତି ସ୍ୱାକ୍ଷରିତ ହୋଇସାରିଛି । ପ୍ରବାସୀ ଓଡ଼ିଆମାନଙ୍କୁ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଏହି ସୂଚନା ଦେଇଛନ୍ତି ।

ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଚାଲୁଛି । କିନ୍ତୁ ତୃତୀୟ ଇଞ୍ଜିନ ଭାବେ ପ୍ରବାସୀ ଇଞ୍ଜିନ ଯୋଡ଼ି ହୋଇଛି । ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଓଡ଼ିଶାର ଯାତ୍ରାରେ ସାମିଲ ହେବାକୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ । ପ୍ରବାସୀଙ୍କ ସହ ଯୋଗାଯୋଗରେ ରହିବା ପାଇଁ ଜଣେ ମନ୍ତ୍ରୀଙ୍କୁ ସ୍ୱତନ୍ତ୍ର ଭାବେ ଦାୟିତ୍ୱ ଦିଆଯିବ । ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ସ୍ୱତନ୍ତ୍ର ନୀତି ପ୍ରଣୟନ କରାଯିବ । ରାଜ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଏହାର ନୋଡାଲ ବିଭାଗ ଭାବେ କାର୍ଯ୍ୟ କରିବ । କେନ୍ଦ୍ର ସରକାରଙ୍କ ସହଯୋଗରେ ଆଗାମୀ ଦିନରେ କୁଏତ ଓ କତାର ଭଳି ଦେଶକୁ ମଧ୍ୟ ବିମାନ ଚଳାଚଳ ପାଇଁ ବିଚାର କରାଯାଉଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।