MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି,ମିଳିବ ୬ ଲକ୍ଷ …..

ମୋ ଟିଭି ଓଡିଶା / ଭୁବନେଶ୍ୱର : ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି ହୋଇଛି | ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି | ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା । ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବ ସରକାର ସମୟରେ ୪ ଲକ୍ଷ ଟଙ୍କା ମିଳୁଥିଲା | ଏହାକୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଲୋକସଭା ଭବନରେ ଆୟୋଜିତ ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି | ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ପଞ୍ଜିକୃତ ନିର୍ମାଣ ଶ୍ରମିକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଆୟୋଜିତ ଏହି ସମାରୋହରେ ଶ୍ରମ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।