MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆଜି ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନକରି ରାଜ୍ୟବାସୀଙ୍କ ପାଇଁ ଅଭିଭାଷଣ ରଖିଛନ୍ତି | ଭାରତର ସ୍ୱାଧୀନତା ସଂଗ୍ରାମ ହେଉଛି ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ୱଗୁରୁ ହେବ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ୱାଭିମାନୀ। ସେମାନେ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ।ମୁଁ ରାଜ୍ୟବାସୀଙ୍କୁ ବଡ଼ ସ୍ୱପ୍ନ ଦେଖାଇବିନି ହେଲେ ଯାହା ପ୍ରତିଶ୍ରୁତି ଦେଇଛି ତାହା ପାଳନ କରିବି।

78ତମ ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟ୍ବିଟ୍ କରି ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଦେଶକୁ ସ୍ବାଧୀନ କରିବା ପାଇଁ ବଳିଦାନ ଦେଇଥିବା ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିବା ସହ ସବୁ ବର୍ଗଙ୍କୁ ନେଇ ରାଜ୍ୟର ଭବିଷ୍ୟତ ଗଠନ ଲାଗି ସେ ଆହ୍ବାନ କରିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଓ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।