ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରି ଆସନ୍ତା ମାସରେ ପ୍ରୟାଗରାଜଠାରେ ହେବାକୁ ଥିବା ମହାକୁମ୍ଭମେଳାରେ ଯୋଗଦେବା ନିମନ୍ତେ ନିମନ୍ତ୍ରଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କୁ ନିମନ୍ତ୍ରଣ କରିଛନ୍ତି। ଏଥିସହିତ ଯୋଗୀ ତାଙ୍କ ‘ଏକ୍ସ’ ହ୍ୟାଣ୍ଡେଲରେ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଭେଟିବାର ଏକ ଫଟୋ ପୋଷ୍ଟ କରି ମୂଲ୍ୟବାନ ସମୟ ଦେଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମହାକୁମ୍ଭମେଳା ଆସନ୍ତା ମାସ ୧୩ ତାରିଖରେ ଆରମ୍ଭ ହୋଇ ଫେବୃୟାରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ ।
ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।