ମହାକୁମ୍ଭ ମେଳାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ। ଶୁକ୍ରବାର ଦିନ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି ଯୋଗୀ ଆଦିତ୍ୟନାଥ। ମହାକୁମ୍ଭ ଜାନୁଆରୀ ୧୩ ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି ଯେଉଁଥିରେ ଚଳିତ ବର୍ଷ ୪୦ କୋଟି ଭକ୍ତ ଆସିବେ ବୋଲି ଆଶା କରାଯାଉଛି।

ଏହାପୂର୍ବରୁ, ୩୦ ଡିସେମ୍ବର ୨୦୨୫ରେ ମୁଖ୍ୟମନ୍ତ୍ରୀ ଯୋଗୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର, ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ଜାତୀୟ ମୁଖ୍ୟ ଜେପି ନଡ୍ଡା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନିମନ୍ତ୍ରଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ମହାକୁମ୍ଭ ୨୦୨୫ ସହ ଜଡିତ ସୂଚନା ପ୍ରସାରଣ ପାଇଁ FM ଚ୍ୟାନେଲ ‘ ମହାକୁମ୍ଭମେଳା’ର ଉଦଘାଟନ କରିଥିଲେ।
ମୋ ଟିଭି ଓଡିଶା, ନୂଆଦିଲ୍ଲୀ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।