February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଗକୁ ଆହୁରି ବଢିବ ତାତି , ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା

ମୋଟିଭି ଓଡିଶା : ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରବିବାର ୧୬ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଶନିବାର ଅପେକ୍ଷା ରବିବାର ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆସନ୍ତା ୩ଦିନ ମଧ୍ୟରେ କିଛି ଅଞ୍ଚଳରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣରେ ଆହୁରି ତାପମାତ୍ରା ବଢିବା ସମ୍ଭାବନା ରହିଛି। ନୂଆପଡାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଖୋର୍ଦ୍ଧା ଓ ବରଗଡରେ ୪୦.୫ ଡିଗ୍ରୀ ଲେଖାଏଁ, ଜଗତସିଂହପୁର ଓ ଢେଙ୍କାନାଳରେ ୪୦ ଡିଗ୍ରୀ ଲେଖାଏଁ ରହିଛି। ଅପରପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାରେ ସ୍ପର୍ଶ କରିବା ଫଳରେ ପାଗ ଅନୁକୂଳ ରହିଛି। ରବିବାର ଦକ୍ଷିଣ ଓଡ଼ିଶାର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହୋଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ ଓ ନୂଆପଡା ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ପବନ ବହିବା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅନ୍ୟପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲାର ବାୟୁମଣ୍ଡଳରେ ଆର୍ଦ୍ରତା ପ୍ରତିଶତ ଅଧିକ ରହିବା ଯୋଗୁଁ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେଉଛି। ଉପରୋକ୍ତ ଅଞ୍ଚଳଗୁଡିକରେ ଉଷ୍ଣ-ଆର୍ଦ୍ରତା ପାଇଁ ଅଧିକ ଗୁଳୁଗୁଳି ଅନୁଭୂତ ହେବା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।