January 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧରାପଡିଲା ବାଘୁଣୀ ଜିନ୍ନତ।

ବନ ବିଭାଗର ସ୍ଵତନ୍ତ୍ର ଟିମ୍ ବାଙ୍କୁଡ଼ାର କଂସାବତୀ ଜଳଭଣ୍ଡାର ନିକଟରେ ଟ୍ରାଙ୍କୁଲାଇଜ୍ କରି ଜିନ୍ନତକୁ ଧରିଲେ। ସ୍ଵତନ୍ତ୍ର ପିଞ୍ଜରାରେ ଅଣାଯିବ ଶିମିଳିପାଳ। ସୂଚନା ଦେଇଛନ୍ତି ଆରସିସିଏଫ ପ୍ରକାଶ ଚାନ୍ଦ ଗୋଗୀନେନୀ। ବାଘୁଣୀ ଜିନ୍ନତକୁ ଆଲିପୁରସ୍ଥିତ ଚିଡ଼ିଆଖାନାକୁ ନିଆଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସେଠାରେ ସଂପୂର୍ଣ୍ଣ ରୂପେ ପ୍ରକ୍ରିୟା ଶେଷ ହେଲା ପରେ ଶିମିଳିପାଳକୁ ପୁଣି ଅଣାଯିବ। ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଶିମିଳିପାଳରୁ ଜୀନତ ଖସିଯାଇ ଝାଡ଼ଖଣ୍ଡ ପାଇଥିଲା। ସେଠାରେ କିଛିଦିନ ବୁଲିବା ପରେ ଓଡ଼ିଶା ମୁହାଁ ହୋଇଥିଲା। ହେଲେ ଓଡ଼ିଶା ନ ଫେରି ପଶ୍ଚିମବଙ୍ଗକୁ ଚାଲି ଯାଇଥିଲା। ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ଜିନ୍ନତକୁ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିଲା।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।