MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆମପାଣି କ୍ଲଷ୍ଟର ରେ ଯୋଗଦେଲେ ସିଆରସିସି, ଶିକ୍ଷକ ଶିକ୍ଷୟିତ୍ରୀ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା।

ମୋ ଟିଭି ଓଡିଶା / କଳାହାଣ୍ଡି : ୦୩/୦୮


କଳାହାଣ୍ଡି ଜିଲ୍ଲା କୋକସରା ଗୋଷ୍ଠି ଶିକ୍ଷା ବିଭାଗ ଅନ୍ତର୍ଗତ ଆମପାଣି କ୍ଲଷ୍ଟର ରେ ଶନିବାର ନୂତନ ଭାବରେ ସିଆରସିସି କେଦାରନାଥ ନାଏକ ଯୋଗଦାନ କରିଥିବା ବେଳେ ଆମପାଣି କ୍ଲଷ୍ଟର ର କାର୍ଯ୍ୟରତ ଶିକ୍ଷକ ମାନେ ସିଆରସିସି ଙ୍କୁ କରଳା କୋଟିଆ ପଡା ୟୁପି ସ୍କୁଲ ରେ କ୍ଲଷ୍ଟର ଅଧୀନସ୍ଥ ୧୩ ସ୍କୁଲ ର ଶିକ୍ଷକ,ଶିକ୍ଷୟିତ୍ରୀ ଙ୍କ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କନ୍ଦାଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପୁରୋହିତ ଙ୍କ ସଭାପତିତ୍ବ ରେ ବିଆରସିସି ତୋଫାନ ମାଝୀ ମୂଖ୍ୟ ଅତିଥି,ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ମୂଖ୍ୟବକ୍ତା ରୂପେ ଯୋଗଦାନ କରି ନୂତନ ସିଆରସିସି ଙ୍କୁ ପୁଷ୍ପଗୁଚ୍ଛ ଉପଢୌକନ ପ୍ରଦାନ ପୂର୍ବକ ସ୍ବାଗତ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ କୁ ଶିକ୍ଷକ ଈଶ୍ବରୀ ପ୍ରସାଦ ଅଗସ୍ତି ସଂଯୋଜନା କରିଥିବା ବେଳେ ପରମେଶ୍ବର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ଏହି କାର୍ଯ୍ୟକ୍ରମରେ ଆମପାଣି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।