MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲେଶ୍ୱରରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ମୋଟିଭି ଓଡିଶା : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲେଶ୍ବର ଲୋକସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଧାନ ସଭା କ୍ଷେତ୍ରରେ ଧୂଅଁଧାର ପ୍ରଚାର କରିଛନ୍ତି । ଏହି ପ୍ରଚାର ସମୟରେ ସେ ବିଜେପିକୁ ତୀବ୍ର ଆକ୍ରମଣ କରିବା ସହିତ ଗତ ୧୦ ବର୍ଷରେ ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଅପାରଗତା ବିଷୟରେ ଜନତାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶ୍ରୀ ପାଣ୍ଡିଆନ କହିଥିଲେ ଯେ ବିଜୁ ଜନତା ଦଳ ଏବଂ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ବାସ କରନ୍ତି । ମୁଖ୍ୟମନ୍ତ୍ରୀ ମୋତେ କାମର ହିସାବ ଦେବା ପାଇଁ ଆପଣଙ୍କ ପାଖକୁ ପଠାଇଛନ୍ତି । ପଞ୍ଚଲିଙ୍ଗେଶ୍ବର ମନ୍ଦିରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୬ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ, ନୀଳଗିରି ଜଗନ୍ନାଥ ମନ୍ଦିର ପାଇଁ ୧ କୋଟି, ଶାଳନ୍ଦୀ ବାମପାର୍ଶ୍ବ କେନାଲ ପାଇଁ ୨୭୦ କୋଟି ଟଙ୍କା ମଞ୍ଜୁର କରି ନୀଳଗିରି ଅଞ୍ଚଳର ବିକାଶକୁ ଆହୁରି ଆଗକୁ ନେଇଛନ୍ତି ।

ଜୁନ ୯ ତାରିଖରେ ଆମର ପ୍ରିୟ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ କଥା ଶୁଣି ବିରୋଧୀଙ୍କର ନିଦ ଭାଙ୍ଗିଯାଇଛି । ସେମାନେ ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି, ଆଶାଳୀନ ଭାଷାରେ ଗାଳିଗୁଲଜ କରୁଛନ୍ତି । ଆପଣମାନେ ସେମାନଙ୍କ ଏହି ଔଦ୍ଧତ୍ୟର ଉଚିତ ଜବାବ ଦେବେ ବୋଲି ଶ୍ରୀ ପାଣ୍ଡିଆନ ଆଶାବ୍ୟକ୍ତ କରିଥିଲେ।ତେଣୁ ନିର୍ବାଚନ ହେଲେ ଆସୁଛନ୍ତି, ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ନିର୍ବାଚନ ଆସିଲେ ସେମାନଙ୍କର ଅଭିନୟ ଆରମ୍ଭ ହୋଇଥାଏ । ସେମାନେ କଥା କଥାରେ କାନ୍ଦି ପକାଇବେ । କିନ୍ତୁ ନିର୍ବାଚନ ସରିଲେ ଆଉ ସେମାନଙ୍କର ଦେଖା ମିଳିବ ନାହିଁ।

ବାଲେଶ୍ବର ସାଂସଦଙ୍କ କାର୍ଯ୍ୟଶୈଳୀ ସଂପର୍କରେ ଉଲ୍ଲେଖ କରି ସେ କହିଥିଲେ ଯେ ବାଲେଶ୍ବର ସାଂସଦ ୧୦ ବର୍ଷ ସାଂସଦ ରହିଲେ, କେନ୍ଦ୍ରମନ୍ତ୍ରୀ ରହିଲେ। କିନ୍ତୁ ଏ  ଅଞ୍ଚଳ ପାଇଁ କିଛି କଲେ ନାହିଁ। Central University ହେଉ, ବା ଜବାହର ନବୋଦୟ ବିଦ୍ୟାଳୟ ହେଉ, କିଛି କଲେ ନାହିଁ । ମୋବାଇଲ ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି ପାଇଁ ମଧ୍ୟ କିଛି କଲେ ନାହିଁ । ସେ ଲୋକଙ୍କର ସୁଖଦୁଃଖ ଠାରୁ ଦୂରରେ ଥିଲେ । କିନ୍ତୁ ବର୍ତ୍ତମାନ ବିଜୁ ଜନତା ଦଳର ନୀଳଗିରି ବିଧାନସଭା ପ୍ରାର୍ଥୀ ସୁକାନ୍ତ ବାବୁ ବିଜେପି ଦଳରେ ଥାଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଆସି ଏ ଅଞ୍ଚଳର ଲୋକଙ୍କ ପାଇଁ କାମ କରନ୍ତି । ଶେଷରେ ଶ୍ରୀ ପାଣ୍ଡିଆନ ଜୁନ ପହିଲା ଦିନ ବହୁ ସଂଖ୍ୟାରେ ଭୋଟ କେନ୍ଦ୍ରକୁ ଆସି ବିଜୁ ଜନତା ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।