February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦି ।

ମୋଟିଭି ଓଡିଶା : ଖୋର୍ଦ୍ଧା: ପୁଣି ଦେଖିବାକୁ ମିଳିଲା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗୁଣ୍ଡାଗର୍ଦ୍ଦି । ବୋଲଗଡରେ ଇଭିଏମ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡିରେ ଫେରାର ହେଉଥିବା ବେଳେ ପୁଲିସ ତାଙ୍କୁ ଗୋଡାଇ ଗୋଡାଇ ଧରିଛି। ଏହାପରେ ତାଙ୍କୁ ବୋଲଗଡ ଥାନାରେ ଅଟକ ରଖିଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳିର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥରେ ପଶି ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଭୋଟିଂ ପାଇଁ ଲୋକ ଲାଇନରେ ଥିବା ବେଳେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ହଠାତ ବୁଥ୍‌ ଭିତରେ ପଶି ଭୋଟରଙ୍କୁ ଖରାପ ବ୍ୟବହାର କରିବା ସହ କାର୍ଯ୍ୟରତ ପୋଲିଂ ଅଫିସରଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଏତିକିରେ ଅଟକି ନଥିଲେ ପ୍ରଶାନ୍ତ ଜଗଦ୍ଦେବ ବୁଥ୍‌ ଭିତରେ ଥିବା EVM ହୋଡିଂକୁ ଭାଙ୍ଗିଥିଲେ। ଯାହା ପରେ ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା।

ଏହାପରେ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ସେଠାରୁ ଖସି ଯିବାକୁ ଉଦ୍ୟମ କରୁଥିଲେ। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଗାଡିରେ ବସି ପ୍ରଶାନ୍ତ ଜଗଦ୍ଦେବ ଫେରାର ହେଉଥିବା ବେଳେ ତାଙ୍କୁ ଗୋଡାଇ ଗୋଡାଇ ଧରିଛି ପୁଲିସ। ବୋଲଗଡ ଥାନାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅଟକ ରଖାଯାଇଥିବା ଜଣାପଡିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।