MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ

ଶିରିଡ଼ି ଗଲା ସ୍ବତନ୍ତ୍ର ତୀର୍ଥଯାତ୍ରୀ ଟ୍ରେନ୍ । ୮୦୦ ବରିଷ୍ଠ ନାଗରିକଙ୍କୁ ନେଇ ଶିରିଡ଼ି ଗଲା ତୀର୍ଥଯାତ୍ରୀ ଟ୍ରେନ୍ । ଭୁବନେଶ୍ବର ଷ୍ଟେସନରୁ ଶିରିଡ଼ି ଅଭିମୁଖେ ବାହାରିଲା । ଟ୍ରେନ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ ହୋଇଛି ।

୬ଟି ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଜିଲ୍ଲାରୁ ୮ଶହ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ଯାଉଛନ୍ତି । ଚଳିତ ବର୍ଷ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ମାଧ୍ୟମରେ ପର୍ଯ୍ୟାୟକ୍ରମେ ମୋଟ ୧୦ଟି ଟ୍ରିପରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୮ ହଜାର ବରିଷ୍ଠ ନାଗରିକ ଶିରିଡ଼ି, ନାସିକ, କାମାକ୍ଷା, ବାରଣାସୀ, କଲିକତା ଦକ୍ଷିଣ କାଳୀ ମନ୍ଦିର, ଅଯୋଧ୍ୟା ଭଳି ବିଭିନ୍ନ ୧୦ଟି ତୀର୍ଥ ସ୍ଥାନ ବୁଲିବେ ବୋଲି ସୂଚନା ରହିଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।