ମୋ ଟିଭି ଓଡିଶା / ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ୧୬ନମ୍ବର ଜାତୀୟ ରାଜପଥ ଠାରୁ ଲେଖନପୁର-ଗୋଳବାଇ ପୂର୍ତ୍ତ ବିଭାଗ ରାସ୍ତାର ଉନ୍ନତି କରଣ ଭିତ୍ତିପ୍ରସ୍ତର ସ୍ଥାପନ।ଉକ୍ତ ରାସ୍ତା ୧୬ ନଂ ଜାତୀୟ ରାଜପଥ ସହିତ ସଲଗ୍ନ ହୋଇଛି ଉକ୍ତ ରାସ୍ତାର ପ୍ରଶସ୍ତିକରଣ ପାଇଁ ବ୍ୟୟ ଅଟକଳ ୫ କୋଟି ୨୩ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି । ଏହି ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟକ୍ରମର ଆଜି ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି।

ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଯୋଗ ଦେଇଥିବା ବେଳେ ପ୍ରକ୍ତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ତଥା ବିଜେପି ର ବରିଷ୍ଠ ନେତ୍ରୀ ବାସନ୍ତୀ ମହାପାତ୍ର, ବିଜେପି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ପରିଷଦ ସଭ୍ୟ ପ୍ରଫୁଲ୍ଲ ଦଳେଇ ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହୋଇ ଆଗାମୀ ୨୦୨୫ସୁଦ୍ଧା ରାସ୍ତାର କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ବିଭିନ୍ନ ଗ୍ରାମପଞ୍ଚାୟତ କୁ ପକ୍କା ସଡକ ମାଧ୍ୟମରେ ଗମନାଗମନ ପାଇଁ ସୁବିଧା କରାଯିବ ଏବଂ ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶ କରାଯିବ ବୋଲି ଖୋର୍ଦ୍ଧା ବିଧାୟକ କହିଥିଲେ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।