MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶା ମାଟିତଳେ ଲିଥିୟମ।

ନୟାଗଡ଼ ଜିଲ୍ଲାରେ ଲିଥିୟମ ଥିବା ମିଳିଲା ସଙ୍କେତ। ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆକୁ ଏନେଇ ସଂକେତ ମିଳିଥିବା ସୂଚନା ଦେଇଛନ୍ତି ଜିଏସଆଇ ଓଡ଼ିଶା ଉପମହାନିର୍ଦ୍ଦେଶକ ପଙ୍କଜ କୁମାର । ଲିଥିୟମ୍ , କପର ଭଳି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି ଭାରତ ସରକାର । ଓଡ଼ିଶାରେ ମଧ୍ୟ ଲିଥିୟମ ଖୋଜୁଛି ଜିଓଲଜିକାଲ ସର୍ଭେ ଅଫ୍ ଇଣ୍ଡିଆ ।

ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ପାଇଛି GSI । AI କହିବ କେଉଁଠି ଅଛି କେଉଁ ଖଣି । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି । ଡ୍ରୋନ ଜରିଆରେ ଖଣିଜ ସଂପଦ ଖୋଜିବାକୁ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । ଦୀର୍ଘ ବର୍ଷ ଧରି ବନ୍ଦ ଥିବା କନ୍ଧମାଳ, ମାଲକାନଗିରି ଭଳି ଜିଲ୍ଲାରେ ବି ଜୋର୍ ଧରିବ ଖଣିଜ ସର୍ଭେ ।

କୋଣାର୍କରେ ହେବାକୁ ଥିବା ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି GSIର ବୋର୍ଡ ବୈଠକ । ସବୁ ରାଜ୍ୟର ଖଣି, GSI ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାର ଖଣି ପରିଚାଳନା ସାରା ଦେଶ ପାଇଁ ମଡେଲ ହୋଇଛି । ପ୍ରାୟ ୫୦ ଭାଗ ଖଣିଜ ଯୋଗାଇ ଦେଶର ଖଣି ରାଜଧାନୀ ଭାବେ ପରିଚିତ ଓଡ଼ିଶାରେ ଏହି ବୈଠକ ଅନେକ ଗୁରୁତ୍ବ ବହନ କରୁଛି ବୋଲି କହିଛନ୍ତି କେନ୍ଦ୍ର ଖଣି ସଚିବ ଏଲ୍ କାନ୍ତା ରାଓ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।