ଭୁବନେଶ୍ୱର : ୨୧/୧୦
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାପରେ ୨୩ତାରିଖରେ ବାତ୍ୟାର ରୂପ ନେବ।
୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ସମ୍ଭାବ୍ୟା ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହେବ। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ହେବ।
ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ପାରାଦ୍ୱୀପ, ଗୋପାଳପୁର ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଛନ୍ତି।
More Stories
ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।