January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଙ୍ଗୋପସାଗରରେ ଲଘୁଚାପ; ଓଡ଼ିଶାର ୬ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ଲାଗି ରହିଛି । ତେବେ ଲଘୁଚାପର ପ୍ରଭାବ ଓଡିଶାରେ ବିଶେଷ ଭାବେ ପଡ଼ିନପାରେ ।

ଭୁବନେଶ୍ବର : ୧୨/୧୧/୨୪

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ଲାଗି ରହିଛି । ତେବେ ଲଘୁଚାପର ପ୍ରଭାବ ଓଡିଶାରେ ବିଶେଷ ଭାବେ ପଡ଼ିନପାରେ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରରେ ଲଘୁଚାପ ସଂପର୍କରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ସେ କହିଛନ୍ତି ଯେ, ଦକ୍ଷିଣ ଦିଗରୁ ଯେଉଁ ପବନ ପ୍ରବାହିତ ହେଉଛି । ତାହା ଫଳରେ ରାଜ୍ୟରେ ଆଦ୍ରତାର ମାତ୍ରା ଅଧିକ ରହୁଛି । ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବାଦଲ ସୃଷ୍ଟି ହେବା ସହ ଆକାଶ ମେଘାଛନ୍ନ ରହିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି କୋରାପୁଟ ଓ ମାଲକାନଗିରିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ସହ ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ରହିବା ସହ ଆଗାମୀ ୭ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ଆଗାମୀ ୩ ଦିନ ଯାଏଁ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ସେଭଳି କିଛି ବଡ ପରିବର୍ତ୍ତନ ହେବାକୁ ନଥିବା ବେଳେ ୩ ଦିନ ପରେ ୨ ରୁ ୫ ଡିଗ୍ରୀ ଯାଏଁ କମିବାର ସମ୍ଭାବନା ଦେଇଛି ପାଣିପାଗ । ତାପମାତ୍ରା ହ୍ରାସ ସହ ରାଜ୍ୟରେ ପଡ଼ିବ ଶୀତ । ପ୍ରଥମେ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ହେବା ସହ ପରେ ଅନ୍ୟ ଅଂଚଳରେ ଅନୁଭବ ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକଠାରୁ ୧ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି । ଦିନର ତାପମାତ୍ରା ସ୍ବାଭାବିକକୁ ଫେରୁଛି । ଆଦ୍ରତାର ମାତ୍ରା କମିଲେ ତାପମାତ୍ରା ହ୍ରାସ ହେବ । ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବରରେ ଦିନର ତାପମାତ୍ରା ୩୧.୦୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ, ରାତି ତାପମାତ୍ରା ୨୨.୮ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି କଟକରେ ଦିନର ତାପମାତ୍ରା ୨୯.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାତିର ତାପମାତ୍ରା ୨୧ ଡିଗ୍ରୀ ରେକର୍ଡ ହୋଇଛି ।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।