January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସମ୍ପର୍କୀୟ ପୁତୁରା ବିଧବା ଖୁଡି ର ଲୁଟିନେଲା ସୁନା ଗହଣା

ସମ୍ପର୍କୀୟ ପୁତୁରା ବିଧବା ଖୁଡି ର ଲୁଟିନେଲା ସୁନା ଗହଣା : ୨ ମହିଳା ଗିରଫ : ଜଣେ ଫେରାର : ତଦନ୍ତ ଅବ୍ୟାହତ


ବାଲିଗୁଡା :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ସମ୍ପର୍କୀୟ ପୁତୁରା ବିଧବା ଖୁଡିର ସୁନା ଗହଣା ଲୁଟି ନେବା ଭଳି ଏକ ବିଶ୍ୱାସ ଘାତକତା କାର୍ଯ୍ୟ କରି ପୋଲିସ ହାତରେ ଦୁଇ ମହିଳା ବନ୍ଧା ହୋଇଛନ୍ତି ।

ଘଟଣାଟି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦେଖିବାକୁ ମିଳିଛି l ବିଧବା ବୃଦ୍ଧା ଇସ୍ତରା ଶୋଭା ସୁନ୍ଦର ନିଜ ସମ୍ପର୍କୀୟ ପୁତୁରା ଘରକୁ ଭଲ ମନ୍ଦ ବୁଝିବା ସହ ତାଙ୍କୁ ଭେଟିବା ପାଇଁ ଆସିଥିଲେ। ହେଲେ ସେହି ସମ୍ପର୍କୀୟ ମାନେ ବୃଦ୍ଧା ପିନ୍ଧିଥିବା ସୁନା ଗହଣା ଉପରେ ଲୋଭ ରଖିଥିଲେ। ପ୍ରାୟ ୨ ଶହ ୪୦ ଗ୍ରାମ ସୁନା ଗହଣାକୁ ଚୋରି କରିନେଲେ।

ହେଲେ ପୋଲିସ ତଦନ୍ତ ବେଳେ ଜଣେ ଫେରାର ହୋଇ ଯାଇଥିବା ବେଳେ ୨ ଜଣ ମହିଳାଙ୍କୁ କେଶ ନଂ. ୨୦୧/୨୪ ପ୍ରକାରେ ଗିରଫ କରାଯାଇ ଥିବା ବିଷୟ ଆଇଆଇଆସି ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ଗିରଫ ୨ ଜଣ ହେଲେ ଅମିତା ନାୟକ ଏବଂ ମେନକା ସିଂ। ଏଥିରେ ସମ୍ପୃକ୍ତ ସୁନୀଲ କୁମାର ସିଂ ଫେରାର ହୋଇଥିବାରୁ ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି। ।

ଚୋରି ଯାଇଥିବା ସମସ୍ତ ୨ ଶହ ୪୦ ଗ୍ରାମ ସୁନାକୁ ପୋଲିସ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ପୋଲିସ କହିଛି, ଅଭିଯୋଗ କାରୀଙ୍କ ଅଭିଯୋଗ ଅନୁଯାୟୀ, ସେ ନିଜ ଗାଁ କାଟିଙ୍ଗିଆ ଅଞ୍ଚଳରୁ ପୁତୁରା ଓ ପୁତୁରା ବୋହୂଙ୍କୁ ଦେଖିବା ପାଇଁ ୨୮ ତାରିଖରେ ଦାରିଙ୍ଗବାଡ଼ି ଚାଲି ଆସିଥିଲେ। ତାଙ୍କ ଘରେ ରାତିରେ ରହିଥିଲେ। ସମସ୍ତେ ଖାଇ ପିଇ ଶୋଇ ପଡ଼ିଥିଲେ ମଧ୍ୟ ଅତିଥି ଭାବେ ଆସିଥିବା ବୃଦ୍ଧାଙ୍କ ସୁନା ଗହଣା ଉପରେ ନଜର ରଖିଥିବା ପୁତୁରା ଓ ପୁତୁରା ବୋହୂ ବୃଦ୍ଧା ଶୋଇ ପଡ଼ିବା ପରେ ଚୋରି କରି ନେଇଥିଲେ। ବୃଦ୍ଧା ଜଣକ ସକାଳୁ ନିଜେ ପିନ୍ଧିଥିବା ସୁନା ଗହଣା ନ ଥିବା ଜାଣି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ଘଟଣା ସମ୍ପର୍କରେ ଅଭିଯୁକ୍ତ ମାନେ ମାନି ଯାଇଥିଲେ ବୋଲି ପୋଲିସ ପ୍ରକାଶ କରିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।