February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶାରଦୀୟ ଷୋଳପୂଜାର ପ୍ରଥମ ଦିବସରେ ଶୈଳପୁତ୍ରୀ ବେଶରେ ମା ବନଦୁର୍ଗା।


ମୋ ଟିଭି ଓଡିଶା / ନିରାକାରପୁର: ୨୪/୦୯/୨୦୨୪

ଖୋର୍ଦ୍ଧା ଜିଲ୍ଲା ରାମେଶ୍ବର ସ୍ଥିତ ମା ବନଦୁର୍ଗାଙ୍କ ପୀଠରେ ବିଶ୍ଵ କଲ୍ୟାଣ ନିମନ୍ତେ, ଶାରଦୀୟ ଷୋଳପୂଜାର ପ୍ରଥମ ଦିବସରେ ଶୈଳପୁତ୍ରୀ ବେଶରେ ମା ଦର୍ଶନ ଦେଇଛନ୍ତି।

ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ ଦେବତା ପୂଜା, ପରେ ମା’ଙ୍କର ସହସ୍ର କୁମ୍ଭାଭିଷେକ କରାଯାଇଛି ଏବଂ ଶୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀ ପାଠ, ସନ୍ଧ୍ୟା ବାଳଭୋଗ, ଆଳତି, ଆଧରପଣା ଓ ମହାପ୍ରସାଦ ମା’ଙ୍କୁ ଅର୍ପଣ ପୂର୍ବକ ରୀତିନୀତି ଅନୁଯାୟୀ ପୂଜା ଅର୍ଚ୍ଚନା କରାଯାଇଛି।

ଡଃ କୃପାସିନ୍ଧୁ ପଣ୍ଡା ପୂଜାର୍ଚ୍ଚନା କରିଥିଲେ ଓ ପଣ୍ଡିତ ତପନ କୁମାର ମହାପାତ୍ର , ବିଷ୍ଣୂପ୍ରୀୟା ପଟ୍ଟଯୋଷୀ ସହଯୋଗ କରିଥିଲେ ଏହି ଅବସରରେ ସାମ୍ବାଦିକ ପ୍ରୀୟବ୍ରତ ନାୟକ, ବାବୁଲି ସାହୁ ଓ କୁଞକିଶୋର ରାମଙ୍କ ସପରିବାର ଅଂଶଗ୍ରହଣ କରିଥିଲେ ଏବଂ ବହୁ ଶ୍ରଦ୍ଧାଳୁ ଉପସ୍ଥିତ ରହି ମା’ଙ୍କର ଦିବ୍ୟ ବେଶକୁ ଦର୍ଶନ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।